୨୪ ଘଣ୍ଟା ଭିତରେ ୪୫ ମାଓବାଦୀ କଲେଣି ଆତ୍ମସମର୍ପଣ

ରାଇପୁର: ପୁଣି ମାଓ ସଙ୍ଗଠନକୁ ଲାଗିଛି ଶକ୍ତ ଧକ୍କା । ବନ୍ଧୁକ ଛାଡି ଆତ୍ମସମର୍ପଣ କଲେ ୨୩ ହାର୍ଡକୋର ମାଓବାଦୀ। ଛତିଶଗଡ ସୁକୁମା ପୁଲିସ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ । ସୁକୁମା ଜିଲ୍ଲାପାଳ ଏଲେକ୍ସ ପଲ୍ ମେନନ ଅପହରଣ ମାଷ୍ଟରମାଇଣ୍ଡ ଲୋକେଶର ଆତ୍ମସମର୍ପଣ। ପିଏଲଜିଏ ବାଟାଲିୟନର ୮ କୁଖ୍ୟାତ ମାଓବାଦୀଙ୍କ ଆତ୍ମସମର୍ପଣ। ଆତ୍ମସମର୍ପଣକାରୀଙ୍କ ମଧ୍ୟରେ ଅଛନ୍ତି ୯ ଜଣ ମହିଳା। ସମସ୍ତଙ୍କ ନାଁରେ ୧ କୋଟି ୧୮ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ସେହିପରି ଛତିଶଗଡ ନାରାୟଣପୁର ପୋଲିସ ପାଖରେ ୨୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ମହିଳା ଅଛନ୍ତି । ୨୨ ମାଓବାଦୀଙ୍କ ନାଁରେ ୩୭ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ଏମାନେ ଅବୁଝମାଡ ଡିଭିଜନର ଡିସିଏମ, ଏସିଏମ, ପାର୍ଟି ମେମ୍ବର ଭାବେ ସକ୍ରୀୟ ଥିଲେ। ତେବେ ଆତ୍ମସର୍ପଣ ପରେ ସମସ୍ତଙ୍କୁ ୫୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ମାଓବାଦୀଙ୍କ ଆତ୍ମସମର୍ପଣ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି- ମାଓବାଦୀମାନେ ଏବେ ବନ୍ଧୁକ ଛାଡି ବିକାଶର ରାସ୍ତା ବାଛୁଛନ୍ତି । ଏହି ସରକାରରେ ମୋଟ ୧୪୭୬ ଜଣ ମାଓବାଦୀ ଆତ୍ମସମର୍ପଣ କଲେଣି ।

Leave a Reply

Your email address will not be published. Required fields are marked *