ଖୋଲିଲା ହୀରାକୁଦ ଜଳଭଣ୍ଡାର ଗେଟ୍

ସମ୍ବଲପୁର: ଆଜି ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାର ଗେଟ୍‌। ଉପର ମୁଣ୍ଡରୁ ହୀରାକୁଦ ଜଳଭଣ୍ଡାରକୁ ଅଧିକ ପରିମାଣରେ ବନ୍ୟାଜଳ ପ୍ରବେଶ କରୁଥିବାରୁ ଆଜି ପୁଣି ଖୋଲିଛି ହୀରାକୁଦ ଗେଟ୍। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୨୦.୧୦ ଫୁଟରେ ପହଞ୍ଚିଥିବା ବେଳେ ଜଳ ଭଣ୍ଡାର ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୨ ଲକ୍ଷ ୪୩ ହଜାର ୮୩୧ ଘନଫୁଟ ବନ୍ୟାଜଳ। ଫଳରେ ଆଜି ଗେଟ୍ ଖୋଲିବ ନେଇ ହୀରାକୁଦ ବନ୍ଧ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।

Leave a Reply

Your email address will not be published. Required fields are marked *