ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍‌ ବିଜ୍ଞପ୍ତି

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ (ସୋମବାର) ତାରିଖ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ (ବୁଧବାର) ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ (ଶୁକ୍ରବାର) ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି।ନଭେମ୍ବର ୧୧ (ମଙ୍ଗଳବାର) ତାରିଖ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଚାଲିବ। ଅନ୍ୟପକ୍ଷରେ ବାମପନ୍ଥୀ ଉଗ୍ରବାଦୀ ପ୍ରବଣ ଅଞ୍ଚଳର ୪୭ଟି ବୁଥ୍‌ରେ ସକାଳ ୭ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଅନୁଷ୍ଠିତ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ନଭେମ୍ବର ୧୬ ( ରବିବାର) ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

Leave a Reply

Your email address will not be published. Required fields are marked *