ପଞ୍ଚାୟତ ନିର୍ବାଚନ ୨୦୨୭ ପାଇଁ ପ୍ରସ୍ତୁତି ଆରମ୍ଭ; ଆସନ ସଂରକ୍ଷଣ ନେଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ନିର୍ବାଚନ ପାଇଁ ଆସନ ସଂରକ୍ଷଣ ପ୍ରକ୍ରିୟା ଶୀଘ୍ର ଆରମ୍ଭ କରିବାକୁ ଏହି ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ୱାର୍ଡ ମେମ୍ବର,ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ସୁଦ୍ଧା ଚୂଡ଼ାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ। ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ସୁଦ୍ଧା ଚୂଡ଼ାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ, ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଯାଏଁ ସଂରକ୍ଷଣ ରହିବ । ମହିଳାଙ୍କ ପାଇଁ ସଂରକ୍ଷଣ ରହିବ ୫୦ ପ୍ରତିଶତ ସିଟ୍ ।

Leave a Reply

Your email address will not be published. Required fields are marked *