ଆସନ୍ତା ୧୬ ତାରିଖରେ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର : ଆସନ୍ତା ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ। ଗୃହକୁ ସୁରୁଖୁରୁରେ କେମିତି ଚଳାଯିବ, କେମିତି ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ, ରାଜ୍ୟର ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବାକୁ କେମିତି ବିରୋଧୀଙ୍କୁ ପୁରା ସୁଯୋଗ ମିଳିବ, ସେ ସଂପର୍କରେ ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ଅଛି। ଆସନ୍ତା ୧୮ ତାରିଖରୁ ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି। ଅନ୍ୟପଟେ ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର ଠିକ ଭାବେ ଦିଆଯିବ। ଏନେଇ ବ୍ୟକ୍ତିଗତ ଧ୍ୟାନ ଦେବାକୁ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭାଗୀୟ ସଚିବ ବିଦେଶ ଯାତ୍ରାରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶରେ କୁହାଯାଇଛି। ରାଜ୍ୟ ବାହାରକୁ ଗସ୍ତ ଯଥାସମ୍ଭବ ସୀମିତ କରିବାକୁ କୁହାଯାଇଛି। ସ୍ଥିର କରାଯାଇଥିବା ଗସ୍ତ କାର୍ଯ୍ୟକ୍ରମ ଘୁଞ୍ଚାଇବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି।

Leave a Reply

Your email address will not be published. Required fields are marked *