ବିଧାନ ସଭାରେ ଶୋକ ପ୍ରସ୍ତାବ ପରେ ଆସନ୍ତାକାଲି ଯାଏଁ ଗୃହ ମୁଲତବି

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ପ୍ରଥମ ଦିନରେ ଶୋକପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧାନସଭାର ସଦସ୍ୟ ଥିବା ରାଜେନ୍ଦ୍ର ଢୋଲକିଆ, ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପ୍ରସନ୍ନ କୁମାର ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ କୁମାର ଭଞ୍ଜ, ମହମ୍ମଦ ରଫିକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଏହାସହ ଓଡ଼ିଶା ପୁଲିସର ଲୋକନାଥ ଶବର ଏବଂ ଲକ୍ଷ୍ମଣ ମାଝୀଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିବା ପରେ ବିରୋଦୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ବିଧାନସଭାରେ ଶୋକପ୍ରସ୍ତାବ ନେଇ ନିଜ ନିଜର ମତ ରଖିଥିଲେ । ସମସ୍ତେ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ମନେ ପକାଇବା ସହିତ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ । ୧୭ ତମ ବିଧାନସଭାର ଚତୁର୍ଥ ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି ।

Leave a Reply

Your email address will not be published. Required fields are marked *