ବିଜୟ ଥାଲାପତିଙ୍କ ଶୋଭାଯାତ୍ରା ରେ ଦଳାଚକଟା:୩୦ଜଣଙ୍କ ମୃତ୍ୟୁ, ୫୦ରୁ ଅଧିକ ଆହତ

ତାମିଲ ଅଭିନେତା ବିଜୟ ଥାଲାପତିଙ୍କ ଟିଭିକେ ଦଳର ନିର୍ବାଚନୀ ରାଲି ରେ ହୋଇଥିବା ଦଳାଚକଟାରେ ୩୦ ରୁ ଅଧିକଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଜ​‌ଣେ ୯ ବର୍ଷୀୟ ଶିଶୁ ନିଖୋଜ ହୋଇଥିବା ସୂଚନା ମିଳିଛି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କରୁର ଜିଲାପାଳ ଏବଂ ଅନ୍ୟ ବରିଷ୍ଟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଶନିବାର କରୁର ଜିଲ୍ଲାରେ ବିଜୟଙ୍କ ନିର୍ବାଚନୀ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଏଥିରେ ଲକ୍ଷାଧିକ ଲୋକଙ୍କ ଭିଡ଼ ଜମିଥିଲା। ଶାନ୍ତିଶୃଙ୍ଖଳା ନିୟନ୍ତ୍ରଣ ପାଇଁ ପୁଲିସ ମୁତୟତ ହୋଇଥିଲେ ବି ଅସମ୍ଭାଳ ଭିଡ଼ ଯୋଗୁ ନିୟନ୍ତ୍ରଣ କରିବା ସମ୍ଭବ ହୋଇ ନ ଥିଲା। ପରିସ୍ଥିତି ଅଣାୟତ୍ତ ହେବାରୁ ବିଜୟ ଅଧାରୁ ଭାଷଣ ବନ୍ଦ କରିଥିଲେ। ଏବଂ ଉପସ୍ଥିତ ପୁଲିସ କର୍ମଚାରୀଙ୍କୁ ସହାୟତା ମାଗିଥିଲେ। କିଛି ସମୟ ମଧ୍ୟରେ ଅନେକ ଲୋକ ଚେତାଶୂନ୍ୟ ହୋଇପଡ଼ିଥିଲେ। ତୁରନ୍ତ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନିଆଯାଇଥିଲା।ଭିଡ଼ ସମୟରେ ହଠାତ ଲାଇନ କଟିଯିବାରୁ ଏଭଳି ଅଘଟଣ ଘଟିଥିବା ନେଇ ପ୍ରାଥମିକ ତଦନ୍ତ ରୁ ଜଣାପଡିଛି ।

Leave a Reply

Your email address will not be published. Required fields are marked *