ପୁରୀ ବଡ଼ଦାଣ୍ଡରେ ଠେଲାପେଲାରେ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

ପୁରୀ: ରଥଯାତ୍ରାରେ ଠେଲାପେଲା ଯୋଗୁ ତଳେ ପଡ଼ି ଶ୍ୱାସରୁଦ୍ଧ ହୋଇଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ଗୁରୁତର ଅବସ୍ଥାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୂଚନା ଅନୁସାରେ, ବଡ଼ଦାଣ୍ଡର କିଛି ସ୍ଥାନରେ ଭିଡ଼ ଅତ୍ୟଧିକ ବଢ଼ିଯିବାରୁ ନିୟନ୍ତ୍ରଣରେ ସମସ୍ୟା ସୃଷ୍ଟି ହୋଇଥିଲା। ଏହି ସମୟରେ ଠେଲାପେଲା ହେବାରୁ କିଛି ଶ୍ରଦ୍ଧାଳୁ ତଳେ ପଡ଼ିଯାଇଥିଲେ। ଫଳରେ ଦଳାଚକଟାରେ ଦୁଇଜଣ ଗୁରୁତର ଆହତ ହୋଇଥିଲେ। ଘଟଣାସ୍ଥଳରେ ଥିବା ପୋଲିସ, ସ୍ୱେଚ୍ଛାସେବୀ ଓ ଜରୁରୀକାଳୀନ ସ୍ୱାସ୍ଥ୍ୟକର୍ମୀମାନେ ତୁରନ୍ତ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ପଠାଇଥିଲେ। ସେଠାରେ ଡାକ୍ତରମାନେ ଜଣେ ଶ୍ରଦ୍ଧାଳୁଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟଜଣେ ଗୁରୁତର ଅଛନ୍ତି | ପ୍ରଶାସନ ପକ୍ଷରୁ ଭିଡ଼ ନିୟନ୍ତ୍ରଣ ପାଇଁ କଡ଼ା ପଦକ୍ଷେପ ନିଆଯାଇଥିଲେ ମଧ୍ୟ ଏହି ଦୁର୍ଭାଗ୍ୟଜନକ ଘଟଣା ସମସ୍ତଙ୍କୁ ମର୍ମାହତ କରିଛି । ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଶୃଙ୍ଖଳିତ ଭାବେ ଚଳପ୍ରଚଳ କରିବାକୁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *