୭୫ ହଜାରରୁ ଅଧିକ ପ୍ରାଥମିକ ଶିକ୍ଷକ-ଶିକ୍ଷୟିତ୍ରୀ ଦେଉଛନ୍ତି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

ଭୁବନେଶ୍ୱର: ଆଜି ରାଜ୍ୟବ୍ୟାପୀ ବାଧ୍ୟତାମୂଳକ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେଉଛି। ପ୍ରାୟ ୭୫ ହଜାରରୁ ଅଧିକ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଦେଉଛନ୍ତି। ରାଜ୍ୟର ୧୯୩ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଦେଉଛନ୍ତି। ସାରା ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ପରୀକ୍ଷା କେନ୍ଦ୍ରରେ ୨୪ ଘଣ୍ଟିଆ ପାୱାର ସପ୍ଲାଇ ପାଇଁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ରହିଛି। ଏପରିକି ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ସହ ବୋର୍ଡରେ ରହିଛି ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ରୁମ। ଦୁଇଟି ପେପରରେ ସ୍ୱତନ୍ତ୍ର ଓଟିଇଟି ହେଉଥିବା ବେଳେ ସକାଳ ୯ ଟାରୁ ସାଢ଼େ ୧୧ ଟା ପ୍ରଥମ ପେପର ଏବଂ ଅପରାହ୍ନ ୨ ଟାରୁ ସାଢ଼େ ୪ ଟା ଦ୍ୱିତୀୟ ପେପର ପରୀକ୍ଷା ହେବ।
ସୂଚନା ଥାଉ, ପୂର୍ବରୁ ଜୁଲାଇ ୨୦ ରେଏହି ପରୀକ୍ଷା ହେବାର ଥିବାବେଳେ ପରୀକ୍ଷା ପୂର୍ବ ରାତିରେ ପ୍ରଶ୍ନପତ୍ର ଭାଇରାଲ ହେବାରୁ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା ।

Leave a Reply

Your email address will not be published. Required fields are marked *