ଗଣଶିକ୍ଷା ବିଭାଗର ନୀତି ପ୍ରସ୍ତୁତ,ନିଜ ଜିଲ୍ଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶା ସରକାର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ୟରେ ହେବ। ଶିକ୍ଷକମାନେ ନିଜ ଜିଲ୍ଲାରେ ନିଯୁକ୍ତି ପାଇବେ ନାହିଁ, ଏବଂ ଯଦି ପାଆନ୍ତି ତେବେ ନିଜ ବ୍ଲକରେ ରହିବାକୁ ଅନୁମତି ମିଳିବ ନାହିଁ। ଗୋଟିଏ ସ୍ଥାନରେ ଅତିକମରେ ୩ ବର୍ଷ କାମ କରିବା ପରେ ବଦଳି ପାଇଁ ଯୋଗ୍ୟ ହେବେ, କିନ୍ତୁ ୬ ବର୍ଷରୁ ଅଧିକ ରହିପାରିବେ ନାହିଁ। ଅବିଭକ୍ତ କେବିକେ, ଗଜପତି, କନ୍ଧମାଳ କିମ୍ବା ବୌଦ୍ଧ ଜିଲ୍ଲାରେ ୫ ବର୍ଷ ପୂରଣ କରିଥିଲେ ଅନ୍ୟ ଜିଲ୍ଲାକୁ ବଦଳି ହୋଇପାରିବେ। ଅନ୍ୟ ଜିଲ୍ଲାରେ ୧୦ ବର୍ଷ କାମ କରିଥିବା ଶିକ୍ଷକମାନେ ଏହି ଜିଲ୍ଲାଗୁଡ଼ିକରେ ନିଯୁକ୍ତ ହେବେ। ଯଦି ସ୍ବାମୀ-ସ୍ତ୍ରୀ ଉଭୟ ସରକାରୀ କର୍ମଚାରୀ ହୋଇଥାନ୍ତି, ସେମାନଙ୍କୁ ନିକଟସ୍ଥ ଅଞ୍ଚଳରେ ନିଯୁକ୍ତି ମିଳିବ। ଅବସର ପୂର୍ବରୁ ୨ ବର୍ଷ ବାକି ଥିବା ଶିକ୍ଷକମାନେ ବର୍ତ୍ତମାନ ସ୍ଥାନରେ ରହିପାରିବେ କିମ୍ବା ନିଜ ଜିଲ୍ଲାକୁ ବଦଳି ହୋଇପାରିବେ। କମିଟି ମାଧ୍ୟମରେ ବଦଳି ଓ ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବାକୁ ବିଭାଗ ନିଷ୍ପତ୍ତ ନେଇଛି ।

Leave a Reply

Your email address will not be published. Required fields are marked *