BJDରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର: ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବାରୁ ତାଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ନିଲମ୍ବିତ କରାଯାଇଛି। ମହିଳା ବ୍ୟାପାର ସାଧାରଣ ସମ୍ପାଦିକା ଥିଲେ ଶ୍ରୀମୟୀ । ସୋସିଆଲ ମିଡିଆରେ ଧୃତରାଷ୍ଟ୍ର’ ଓ ‘ଭଣ୍ଡ ସନ୍ନ୍ୟାସୀ’ ଆଦି ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ।ତେବେ ନିଲମ୍ବିତ ପରେ ମୁହଁ ଖୋଲିଛନ୍ତି ଶ୍ରୀମୟୀ ମିଶ୍ର। ସେ କହିଛନ୍ତି, ଆତ୍ମସମ୍ମାନ ଓ ସ୍ବାଭିମାନ ସହ ସାଲିସ କରିନାହିଁ କି କରିବି ନାହିଁ ମଧ୍ୟ। ଦୀର୍ଘ ଏକବର୍ଷ ଧରି ଯେଉଁ ଦଳରେ ନାହିଁ ଓ ନିଜର ସଦସ୍ୟତା ନବୀକରଣ କରିନାହିଁ,ସେ ଦଳ ମୋତେ ନିଲମ୍ବନ କରିବା ଜଗତେ କେବଳ ଜନେ ହସିବେ। ଜଣେ ଅଣ ଓଡ଼ିଆଙ୍କ ପ୍ରରୋଚନାରେ ଓଡିଶା କୁ ଦୀର୍ଘ ବର୍ଷ ଧରି ଶାସନ କରୁଥିବା ନେତା, ଜଣେ ଓଡ଼ିଆ ଝିଅର ସମ୍ମାନ ସହ ଖେଳିବା କେତେଦୂର ଠିକ ବିଚାର ଆପଣମାନଙ୍କର।

ମାଆକୁ ସମ୍ମାନର ଆହ୍ବାନ ଦେଉଥିବା ଜଣେ ଜନନାୟକଙ୍କର ଦାୟାଦ ଯେ ନିଜେ ନିଷ୍ପତ୍ତି ନେବାରେ ସକ୍ଷମ ନୁହଁ, ଆଜି ପ୍ରମାଣିତ କରିଦେଲେ। ମୁଁ ଓଡିଆ ଝିଅ ବୋଲି ପ୍ରମାଣିତ କରିବା ପାଇଁ ଆତ୍ମଗାରିମାକୁ ଜଳାଞ୍ଜଳି ଦେବା ଆଦୌ ଉଚିତ ମନେ କରୁନାହିଁ । ଶ୍ରୀମୟୀଙ୍କ ବ୍ୟତୀତ କପ୍ତିପଦା ବ୍ଲକର ପୂର୍ବତନ ସଭାପତି ସୁବାସ ଚନ୍ଦ୍ର ସାଇ ଏବଂ ମୟୂରଭଞ୍ଜର ପୂର୍ବତନ ଜିଲ୍ଲା ସମ୍ପାଦକ ପ୍ରବୀର ଚନ୍ଦ୍ର ସ୍ୱାଇଁଙ୍କୁ ମଧ୍ୟ ବିଜେଡିରୁ ନିଲମ୍ବିତ କରାଯାଇଥିବା ବିବୃତିରେ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *