ପୁରୀ : ଶ୍ରୀମନ୍ଦିର ଭିତରୁ ଡାଲ୍ଡା ଘିଅ ଜବତ କରାଯାଇଛି । ଏନେଇ ଜନୈକ ମହାସୁଆର ସେବକଙ୍କୁ ପଚରାଉଚରା କରାଯାଇଛି ।ଏହି ଘଟଣା ପରେ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଶ୍ରୀମନ୍ଦିର ଭିତରେ କେବଳ ଓମ୍ଫେଡ୍ ଘିଅ ବ୍ୟବହାର ପାଇଁ ନିର୍ଦ୍ଦେଶ ରହିଛି lସୂଚନା ଥାଉକି ପୂର୍ବରୁ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଥିଲେ । ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗକୁ ଜଣାଇ ଦିଆଯାଇଥିଲା l ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା ।
ଶ୍ରୀମନ୍ଦିର ଭିତରୁ ଡାଲ୍ଡା ଘିଅ ଜବତ
