ପୋଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି, କ୍ରାଇମବ୍ରାଞ୍ଚ କରୁଛି ତଦନ୍ତ

ଭୁବନେଶ୍ବର: ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆର୍‌ବି) ଦ୍ବାରା ପରିଚାଳିତ ପୁଲିସ ଏସ୍‌ଆଇ ପରୀକ୍ଷାରେ ବଡ଼ ଦୁର୍ନୀତି ସାମନାକୁ ଆସିଛି। ଏହି ସମ୍ବେଦନଶୀଳ ଘଟଣା ପଦାକୁ ଆସିବା ପରେ ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ପରୀକ୍ଷାକୁ ବାତିଲ କରାଯାଇଛି। କ୍ରାଇମବ୍ରାଞ୍ଚ ଏହି ଘଟଣାରେ ୧୧୭ ଜଣ ପରୀକ୍ଷାର୍ଥୀ ଓ ୨ ଦଲାଲଙ୍କୁ ଗିରଫ କରିଛି। ଏହି କେ‌ଳଙ୍କାରୀରେ ୨୯ କୋଟି ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ପାଇଁ ହୋଇଥିବା ଡିଲ୍ ସଂପର୍କିତ ତଥ୍ୟ ସାମନାକୁ ଆସିଛି। ଗିରଫ ହୋଇଥିବା ୧୧୭ ଜଣ ପରୀକ୍ଷାର୍ଥୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆଦାୟ ହୋଇଥିବା ବେଳେ ପରୀକ୍ଷା ପରେ ସେମାନେ ଆଉ ୧୫ ଲକ୍ଷ ଟଙ୍କା ଲେଖାଏଁ ଦେବେ ବୋଲି ଡିଲ୍ ହୋଇଥିଲା। ଏଭଳି ଘଟଣା ସଂପର୍କରେ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ବ୍ରହ୍ମପୁରରେ ରହି ଘଟଣାର ଅନୁଧ୍ୟାନ କରୁଛନ୍ତି।

Leave a Reply

Your email address will not be published. Required fields are marked *