ସୋଆ ଫ୍ୟାକଲ୍ଟି ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ମନୋନୀତ

ଭୁବନେଶ୍ୱର: ଶିକ୍ଷା, ଗବେଷଣା ଓ ସାମାଜିକ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆସୋସିଏଟ୍ ପ୍ରଫେସର ଡକ୍ଟର ସ୍ୱୟଂପ୍ରଭା ଶତପଥୀଙ୍କୁ ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ମନୋନୀତ କରାଯାଇଛି। ଭାରତର ସର୍ବ ବୃହତ ଘରୋଇ ଷ୍ଟାର୍ଟ ଅପ୍ ବିଜିନେସ୍ ଟକ୍ସ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଚେଞ୍ଜ ମେକର ତାଲିକାରେ ତାଙ୍କ ନାମ ସ୍ଥାନ ପାଇଛି । ଇଂରାଜୀ ଭାଷା, ଗଣମାଧ୍ୟମ ଓ ଯୋଗାଯୋଗ ଶିକ୍ଷା କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ଡକ୍ଟର ଶତପଥୀଙ୍କର ଗବେଷଣା ଏବଂ ସନ୍ଦର୍ଭ ପ୍ରକାଶନ କ୍ଷେତ୍ରରେ ମଧ୍ୟ ଦକ୍ଷତା ରହିଛି । ଶୈକ୍ଷିକ ଉତ୍କର୍ଷତା ସହିତ ମୂଲ୍ୟବୋଧ ଭିତ୍ତିକ ଶିକ୍ଷା, ଛାତ୍ରଛାତ୍ରୀମାନଙ୍କର ସାମଗ୍ରିକ ବିକାଶ ଏବଂ ନାରୀ-ପୁରଷ କ୍ଷେତ୍ରରେ ସମାନତା ଦିଗରେ ଡକ୍ଟର ଶତପଥୀ ଅନେକ କାର୍ଯ୍ୟ କରିଛନ୍ତି । ଏହି ସମ୍ମାନ ପାଇଁ ସେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କର ସାହାଯ୍ୟ ଓ ସହଯୋଗ ନିମନ୍ତେ କୃତଜ୍ଞତା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *