ଆଜି ମହାପ୍ରଭୁଙ୍କ ଅଧରପଣା ନୀତି, ରଥ ଉପରେ ଭାଙ୍ଗିବ ପଣା ହାଣ୍ଡି

ପୁରୀ: ଆଜି ରଥ ଉପରେ ସଂପନ୍ନ ହେବ ଅଧରପଣା ନୀତି । ଠାକୁରଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ଅର୍ପଣ କରାଯିବ । ପାର୍ଶ୍ଵ ଦେବଦେବୀ ଓ ଚଣ୍ଡୀଚାମୁଣ୍ଡାଙ୍କୁ ଶାନ୍ତି ଅର୍ପଣ ପଣା କରାଯାଏ । ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗା ଯିବାର ବିଧି ରହିଛି । ଛେନା, କ୍ଷୀର, ସର, କଦଳୀ ଅନ୍ୟ ଦ୍ରବ୍ୟରେ ପ୍ରସ୍ତୁତ କରାଯିବ ପଣା । ମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ଵ ଦେବାଦେବୀ ଓ ଚଣ୍ଡୀ ଚାମୁଣ୍ଡା । ଦ୍ୱାଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଅଧର ଛୁଉଁଥିବା ତୁମ୍ଭାକାର ମାଟିହାଣ୍ଡିରେ ପଣା ଭୋଗ ପରେ ଅଶରୀରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ । ମହାପ୍ରଭୁଙ୍କ ଅଧର ସ୍ପର୍ଶ କରୁଥିବାରୁ ଏହି ପଣାକୁ ଭକ୍ତମାନେ ମଧ୍ୟ ପ୍ରସାଦ ଭାବେ ପାଇଥାଆନ୍ତି । ରଥାରୂଢ଼ ଶ୍ରୀବିଗ୍ରମାନଙ୍କ ଅଧର ପର୍ଯ୍ୟନ୍ତ ହାଣ୍ଡିରେ ପଣା ଭର୍ତ୍ତି ହେଉଥିବାରୁ ଏହାକୁ ଅଧରପଣା କୁହାଯାଏ ବୋଲି ଗବେଷକମାନେ ମତ ଦିଅନ୍ତି । ପ୍ରତି ରଥରେ ତିନିଟି କରି ୯ଟି ହାଣ୍ଡି ଭୋଗ ହୁଏ । ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ପୂଜା କରିଥାଆନ୍ତି । ମହାପ୍ରଭୁଙ୍କ ଅଧର ସ୍ପର୍ଶ ପଣା ହାଣ୍ଡି ଭୋଗ ହେବା ପରେ ଭଙ୍ଗାଯିବାର ପରମ୍ପରା ଅନନ୍ୟ। ଜନଶ୍ରୁତି ଅନୁଯାୟୀ ରଥ ଉପରେ ଠାକୁରମାନଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହୋଇ ରଥର ପାର୍ଶ୍ଵ ଦେବଦେବୀ ଓ ଅନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କ ପାଇଁ ଅଧର ହାଣ୍ଡି ଭଙ୍ଗା ଯାଇଥାଏ।

Leave a Reply

Your email address will not be published. Required fields are marked *